Odisha Link
Bridging the Missing Links in Odisha

୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳିରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳାରଙ୍ଗରେ ମହାପ୍ରଭୁଙ୍କ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.