Odisha Link
Bridging the Missing Links in Odisha

ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଆରମ୍ଭ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା। ପରୀକ୍ଷା ସକାଳ ୧୦ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ଣ ୧ଟା ୩୦ ପର୍ଯ୍ୟନ୍ତ ଚାଲିବ। ସିବିଏସଇ ଦଶମ ପରୀକ୍ଷା ଆଜି ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ସରିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ।ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ୧୦ଟାରୁ ୧୦ଟା ୧୫ ମଧ୍ୟରେ ଉତ୍ତର ଖାତା ଏବଂ ୧୦ଟା ୧୫ ପରେ ପ୍ରଶ୍ନପତ୍ର ଦିଆଯିବ।୧୦ଟା୩୦ରୁ ଛାତ୍ରଛାତ୍ରୀମାନେ ଉତ୍ତର ଲେଖିବା ଆରମ୍ଭ କରିବେ।

ଚଳିତ ବର୍ଷ ୧୮ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ୧୨ ଲକ୍ଷ ଛାତ୍ରଛାତ୍ରୀ ଦ୍ୱାଦଶ ଶ୍ରେଣୀରେ ପରୀକ୍ଷା ଦେବେ। ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୫ ହଜାର ୩୭୬ଟି ସେଣ୍ଟର ହୋଇଥିବା ବେଳେ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ୪ ହଜାର ୯୮୩ ପରୀକ୍ଷା କେନ୍ଦ୍ର ହୋଇଛି।

Comments are closed.