Odisha Link
Bridging the Missing Links in Odisha

ଢେଙ୍କାନାଳରେ କପି ରୋକିବାକୁ ୧୪୪ ଧାରା ଜାରି

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବିରିବୁଲେଇ ଜନତା ସରକାରୀ ହାଇସ୍କୁଲରେ ଜାରି ହୋଇଛି ୧୪୪ ଧାରା। ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଖୁଲମଖୁଲା କପି ଦିଆଯାଉଥିବା ଖବର ସାମ୍ନାକୁ ଆସିବା ପରେ ପରୀକ୍ଷା କେନ୍ଦ୍ରରେ ୧୪୪ ଧାରା ଜାରି କରିଛି ପ୍ରଶାସନ। ଏନେଇ କଙ୍କଡ଼ାହାଡ଼ ବିଇଓ ହରିହର ଦେହୁରୀ ସୂଚନା ଦେଇଛନ୍ତି। ପୁଲିସ୍‌ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପରୀକ୍ଷା କରାଯିବ ବୋଲି ସେ ସୂଚନା ଦେଇଛନ୍ତି। କେବଳ କଙ୍କଡ଼ାହାଡ଼ ନୁହେଁ ଜିଲ୍ଲାର ୮୩ଟି ପରୀକ୍ଷା ସେଣ୍ଟରରେ କଡାକଡ଼ି ଭାବେ ପଦକ୍ଷେପ ନିଆଯାଇଥିବା ଜଣାପଡିଛି।

ଶନିବାର ହୋଇଯାଇଥିବା ଇଂରାଜୀ ପରୀକ୍ଷା ସମୟରେ ଅଭିଭାବକମାନେ ଖୁଲମଖୁଲା ସ୍କୁଲ କାନ୍ଥ ଡେଇଁ ପରୀକ୍ଷାର୍ଥୀଙ୍କୁ କପି ଦେଇଥିଲେ। ଏହାକୁ ରୋକିବା ପାଇଁ ଆଜି ତୃତୀୟ ଭାଷା ପରୀକ୍ଷାରେ ୧୪୪ ଧାରା ଜାରି କରାଯାଇଛି। ସେପଟେ କଟକ ଜିଲ୍ଲାର ୫ଟି ପରୀକ୍ଷା କେନ୍ଦ୍ରରେ ଅତିରିକ୍ତ ଫୋର୍ସ ମୁତୟନ କରିବାକୁ କଟକ ଡିସିପି ଓ ଗ୍ରାମାଞ୍ଚଳ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦର ସମ୍ପାଦକ।

Comments are closed.