ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଆଜି ସକାଳୁ ପାଗ ମେଘୁଆ ରହିଛି। ଅନୁଗୁଳ, ବରଗଡ଼, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ପୁରୀ, ନୟାଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା କାଲି ମଧ୍ୟ ଏହି ସମସ୍ତ ଜିଲାରେ ବର୍ଷା ସମ୍ଭାବନା ଥିବା ନେଇ ଜଣାପଡ଼ିଛି। ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ମଧ୍ୟ ବହିପାରେ। ଦିନ ୧୨ଟା ଯାଏଁ ସତର୍କ ରହିବାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ୨୬ ତାରିଖ ବେଳକୁ ବର୍ଷା ଛାଡ଼ିଯିବା ସହ ପାଗ ସ୍ୱଭାବିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।