Odisha Link
Bridging the Missing Links in Odisha

୧୩ ଜିଲ୍ଲାବାସୀଙ୍କୁ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
୧୩ଟି ଜିଲ୍ଲାବାସୀଙ୍କୁ ଦିନ ୧ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ ଓ ନୟାଗଡ଼। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

Comments are closed.