Odisha Link
Bridging the Missing Links in Odisha

ବର୍ଷା ପରେ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବର୍ଷା ପରେ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ଦୁଇ ଦିନର ବର୍ଷା ପରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କହୁଡ଼ି ପାଇଁ ଉତ୍ତର ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଦେଓଗଡ଼, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି।

୨୭ରୁ ୨୮ ତାରିଖ ପର୍ଯ୍ୟନ୍ତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ,କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାକୁ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୮ରୁ ୨୯ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଆଦି ଜିଲ୍ଲାକୁ ବି ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Comments are closed.