Odisha Link
Bridging the Missing Links in Odisha

ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକ ଆରମ୍ଭ

ଭୁବନେଶ୍ବର: ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦର ୨୪ ତମ ବୈଠକ ଆଜି ଆରମ୍ଭ ହୋଇଛି। ଲୋକସଭା ଭବନରେ ଚାଲିଛି ଆଞ୍ଚଳିକ ପରିଷଦ ବୈଠକ। ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଉପସ୍ଥିତ ଅଛନ୍ତି ପଶ୍ଚିମବଙ୍ଗ ଓ ବିହାରର ମୁଖ୍ୟମନ୍ତ୍ରୀ। ଅନ୍ୟପଟେ ବୈଠକକୁ ଆସିପାରି ନାହାନ୍ତି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍। ହେମନ୍ତ ସୋରାନଙ୍କ ପ୍ରତିନିଧି ଭାବେ ଯୋଗଦେଇଛନ୍ତି ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ।

ପ୍ରକାଶ ଯେ, ଲୋକସେବା ଭବନରେ ପରିଷଦ ବୈଠକ ଆରମ୍ଭ ହୋଇଛି। ଏଥିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅଧ୍ୟକ୍ଷତା କରିଛନ୍ତି। ଏହି ପୂର୍ବାଞ୍ଚଳ ପରିଷଦ ବୈଠକରେ ଆୟୋଜକ ଓଡିଶା ସହ ବିହାର, ପଶ୍ଚିମବଙ୍ଗ ଓ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଏହି ବୈଠକରେ କେନ୍ଦ୍ର ରାଜ୍ୟ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ଓ ସଦସ୍ୟ ରାଜ୍ୟମାନଙ୍କ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ଓ ମନୋମାଳିନ୍ୟ ପରିଷଦରେ ଆଲୋଚନା ଦ୍ୱାରା ସମାଧାନ କରାଯିବା ସହ ଆଞ୍ଚଳିକ ପରିଷଦ ଅନେକ ବିଷୟ ବସ୍ତୁ ଯଥା: ସୀମା ସମ୍ପର୍କିତ ବିବାଦ, ନିରାପତ୍ତା, ସଡକ ପରିବହନ, ଶିଳ୍ପ, ଜଳ ଓ ଶକ୍ତି ଭଳି ସମ୍ପର୍କିତ ବିଭିନ୍ନ ଭିତିଭୂମି, ଜଙ୍ଗଲ ଓ ପରିବେଶ, ଗୃହ, ଶିକ୍ଷା, ଖାଦ୍ୟ ନିରାପତ୍ତା, ପର୍ଯ୍ୟଟନ ଓ ପରିବହନ ଭଳି ବିଷୟଗୁଡିକ ମଧ୍ୟ ଆଲୋଚନା ପରିସରଭୁକ୍ତ ହୋଇଥାଏ।

ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଅଂଶଗ୍ରହଣ କରିବେ। ପରିଷଦର ସଦସ୍ୟ ଭାବେ ଏହିସବୁ ରାଜ୍ୟର କ୍ୟାବିନେଟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗଦେବ। କେନ୍ଦ୍ର ସରକାରଙ୍କ ସଚିବ, ଅତିରିକ୍ତ ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଗଣ ମଧ୍ୟ ଏହି ବୈଠକରେ ଯୋଗଦେବେ। ସେହିଭଳି କେନ୍ଦ୍ର ସରକାରଙ୍କ ସଚିବ, ଅତିରିକ୍ତ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀ ଯୋଗଦେବେ । ଓଡ଼ିଶା ତରଫରୁ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗଦେବେ । ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି ।

Comments are closed.