Odisha Link
Bridging the Missing Links in Odisha

ବିଭାଗୀୟ ସ୍ଥାୟୀ କମିଟି-୮ଙ୍କର ଦଶମ ବୈଠକ

ଭୁବନେଶ୍ୱର : ଆଜି ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୩ରେ ବିଭାଗୀୟ ସ୍ଥାୟୀ କମିଟି-୮ଙ୍କର ଦଶମ ବୈଠକ ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
ହୋଇଯାଇଛି ।

ବୈଠକରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ଏବଂ
ସରକାରୀ ଉଦ୍ୟୋଗ ବିଭାଗର ୨୦୨୦-୨୧ ଆର୍ଥିକ ବର୍ଷର ବଜେଟ୍‌ ଆକଳନ ସଂପର୍କିତ ଅନୁଦାନ ପାଇଁ ଦାବିର ତର୍ଜମା କରାଯାଇଥିଲା । ଏହି ବୈଠକରେ କମିଟିର ସଦସ୍ୟ, ସଂପୃକ୍ତ ବିଭାଗର ଉଚ୍ଚ ପଦାଧିକାରୀଙ୍କ ସମେତ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.