Odisha Link
Bridging the Missing Links in Odisha

ସଡ଼କ ଦୁର୍ଘଟଣାରେ ଗଲା ଜଣଙ୍କର ଜୀବନ , ୩ ଗୁରୁତର

ଭଦ୍ରକ: ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ଚରମ୍ପା ରେଲୱେ ଓଭର ବ୍ରିଜ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଛିଡ଼ା ହୋଇଥିବା କଣ୍ଟେନରକୁ ଏକ କାର ପଛପଟୁ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି।୩ ଗୁରୁତରଙ୍କୁ ପ୍ରଥମେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ପରେ ସମସ୍ତଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ମିଳିଥିବା ସୂଚନା ଅନୁସାରେ ଉକ୍ତ କାରରେ ୪ ଜଣ ଯାଉଥିବା ବେଳେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା କଣ୍ଟେନରକୁ ପଛପଟୁ ଧକ୍କା ଦେଇଥିଲେ। ଫଳରେ କାରରେ ଥିବା ୪ ଜଣଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ୩ ଜଣ ଗୁରୁତର ହୋଇଥିଲେ। କାର ଯୋଗେ ଉକ୍ତ ୪ ଜଣ ଭଦ୍ରକରୁ ବାସୁଦେବପୁର ଫେରୁଥିଲେ। ସେହି ସମୟରେ ଚରମ୍ପା ରେଲୱେ ଓଭର ବ୍ରିଜ ନିକଟରେ ଠିଆ ହୋଇଥିବା କଣ୍ଟେନରକୁ କାରଟି ଦେବାରୁ କାରରେ ଥିବା ୪ ଜଣ ଗାଡ଼ି ଭିତରେ ଚାପି ହୋଇଥିଲେ। ସ୍ଥାନୀୟଲୋକେ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ଗ୍ୟାସ କଟରରେ କାରକୁ କାଟି ସମସ୍ତଙ୍କୁ ଉଦ୍ଧାର କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

Comments are closed.