ପୁନେ ଏନଆଇଭିକୁ ପଠାଗଲା କରୋନା ସନ୍ଦିଗ୍ଧ ଦମ୍ପତ୍ତିଙ୍କ ସାମ୍ପୁଲ

କଟକ: ପାରାଦୀପରେ ଚିହ୍ନଟ ହୋଇଥିବା ଦୁଇ କରୋନା ସନ୍ଦିଗ୍ଧଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଛି। ଭୁବନେଶ୍ବର ଆରଏମଆସି ମାଧ୍ୟମରେ ପୁଣେ ସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜି ଏନଆଇଭିକୁ ସେମାନଙ୍କ ସାମ୍ପଲ ପରୀକ୍ଷା ପାଇଁ ପଠାଯାଇଥିବା ସୂଚନା ମିଳିଛି।
ପାରାଦୀପରେ ଲାଗିଥିବା ଏକ ଜାହାଜରେ ୨ ଜଣ ଅସୁସ୍ଥ ହେବା ପରେ ଦେଖାଦେଇଛି ଭୟ। ସିଙ୍ଗାପୁରରୁ ପାରାଦୀପ ବନ୍ଦରକୁ ଆସିଥିବା ଜାହାଜର ଏହି ଦମ୍ପତିଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି। ସିଙ୍ଗାପୁରରୁ ପାରାଦୀପ ଆସିଥିବା ସେନଷ୍ଟାର ନାମକ ଜାହାଜର କର୍ମଚାରୀ ତଥା ସେକେଣ୍ଡ ଇଂଜିନିୟର ଓ ତାଙ୍କ ପତ୍ନୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସମୟରେ ଥଣ୍ଡା ଓ ଜ୍ବର ଥିବା ଦେଖାଯାଇଥିଲା। ଏହି ଦମ୍ପତିଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତୁରନ୍ତ କଟକ ବଡ଼ ଡାକ୍ତରଖାନାକୁ ଚିକିତ୍ସା ଲାଗି ସ୍ଥାନାନ୍ତର କରାଯାଇଥିଲା ।ଅନ୍ୟପଟେ କରୋନା ସଂକ୍ରମିତ ଦେଶରୁ ରାଜ୍ୟକୁ ଫେରିଥିବା ୧୧୫ଜଣଙ୍କ ଉପରେ ନଜର ରଖିଛି ସ୍ବାସ୍ଥ୍ୟ ବିଭାଗ । ଜଣେ ବ୍ୟକ୍ତିଙ୍କୁ ଅବଜରଭେସନ୍ ରେ ରଖାଯାଇଥିବା ବେଳେ ୪୨ ଜଣ ଘରୋଇ ଆଇସୋଲେସନ୍ ରେ ରହିଛନ୍ତି ।