Odisha Link
Bridging the Missing Links in Odisha

ବିଧାନସଭା ପରିସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର :  ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉ ପଲକ୍ଷେ ବିଧାନସଭା ପରିସରରେ ଏକ ଶ୍ରଦ୍ଧାଞ୍ଜଳି ତଥା ପ୍ରାର୍ଥନା ସଭାଅନୁଷ୍ଠିତ ହୋଇଥିଲା ।

ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ମହାନ ଜନନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ବାଚସ୍ପତି ଡ. ପାତ୍ର, ଉପବାଚସ୍ପତି ରଜନୀ କାନ୍ତ ସିଂହ, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଳସଂ ପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଗୃହ ମନ୍ତ୍ରୀ କ୍ୟା ପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ମାନ୍ୟବର ବିଧାୟକ ଓ ପୂର୍ବତନ ବିଧାୟକ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂ ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବର ପୁତ୍ରଙ୍କୁ ଶ୍ରଦ୍ଧାସୁମନ ଅ ର୍ପଣ କରିଥିଲେ ।

ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ମହାନ ରାଷ୍ଟ୍ରନୀତିଜ୍ଞ ବିଜୁ ପଟ୍ଟନାୟକଙ୍କ ସୃତିରେ ଏକ ସଂଗୀତ ପରିବେଷଣ କରିଥିଲେ । ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଆୟୋଜିତ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

Comments are closed.