ପଦ୍ମ ଧରିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ

ନୂଆଦିଲ୍ଲୀ: ଦେଶର ସର୍ବ ପୁରାତନ ରାଜନୈତିକ ଦଳ କଂଗ୍ରେସ ସହିତ ୧୮ ବର୍ଷର ସମ୍ପର୍କ ତୁଟାଇ ଇସ୍ତଫା ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଜି ବିଜେପିରେ ସାମିଲ୍ ହୋଇଛନ୍ତି। ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ବିଜେପି ସଭାପତି ଜେ.ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପସଭାପତି ବୈଜୟନ୍ତ ପଣ୍ଡା, ମଧ୍ୟପ୍ରଦେଶ ବିଜେପି ସଭାପତି ଭି.ଡି ଶର୍ମାଙ୍କ ଉପସ୍ଥିତିରେ ସିନ୍ଧିଆ ବିଜେପିରେ ସାମିଲ୍ ହୋଇଛନ୍ତି। ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ସିନ୍ଧିଆ। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ହା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବିଜେପିର ପ୍ରାଥମିକ ସଦସ୍ୟତା ପ୍ରଦାନ କରିଛନ୍ତି ।
ବିଜେପିରେ ସିନ୍ଧିଆଙ୍କ ମିଶିବା ପରେ ମଧ୍ୟପ୍ରଦେଶର କମଲନାଥ ସରକାରଙ୍କୁ ଜୋରଦାର ଝଟକା ଲାଗିଛି। ସିନ୍ଧିଆଙ୍କ ସହିତ ଥିବା ୨୨ ବିଧାୟକ ଯଦି ବିଜେପିରେ ଯୋଗ କରୁଛନ୍ତି ତେବେ ମଧ୍ୟପ୍ରଦେଶରେ କମଲନାଥଙ୍କ ସରକାର ଭାଙ୍ଗିବା ଏକ ପ୍ରକାର ସ୍ପଷ୍ଟ ଜଣା ପଡ଼ୁଛି।