Odisha Link
Bridging the Missing Links in Odisha

ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ : ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ବନକ ଲାଗି ନୀତି ପାଇଁ ଦ୍ୱିତୀୟ ଭୋଗ ମଣ୍ଡପ ପରେ ପ୍ରାୟ ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ବନକ ଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ସମୟରେ ଶ୍ରଦ୍ଧାଳୁମାନେ ମନ୍ଦିରରେ ଥିବା ପାର୍ଶ୍ବ ଦେବାଦେବୀଙ୍କ ଦର୍ଶନ କରି ପାରିବେ।