ବିଧାନସଭା ସ୍ଥଗିତ ପାଇଁ ପ୍ରସ୍ତାବ

ଭୁବନେଶ୍ବର: ଚୀନରୁ ସୃଷ୍ଟି ହୋଇଥିବା କରୋନା ଭାଇରସ ଦିନକୁ ଦିନ ସାରା ବିଶ୍ୱରେ କାୟା ମେଲାଇ ଚାଲିଛି। ଓଡ଼ିଶାରେ ବି ଏହାକୁ ନେଇ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାକୁ ନେଇ ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ସ୍ଥଗିତ ପାଇଁ ମୁଖ୍ୟ ସଚେତକ ପ୍ରସ୍ତାବ ଦେଇଛନ୍ତି। କରୋନା ପାଇଁ ସ୍ଥଗିତ ରଖିବାକୁ ମୁଖ୍ୟ ସଚେତକ ଏହି ପ୍ରସ୍ତାବ ଆଣିଛନ୍ତି। ତେବେ ମୁଖ୍ୟ ସଚେତକଙ୍କ ଏହି ପ୍ରସ୍ତାବକୁ ବିରୋଧୀ ଦଳ ନେତା ବିରୋଧ କରିଛନ୍ତି। ତେବେ ସରକାରଙ୍କ ଏହି ପ୍ରସ୍ତାବକୁ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ସମର୍ଥନ କରିଛନ୍ତି ।