ଭାରତରେ କରୋନା ଆକ୍ରାନ୍ତ ୨୦୬କୁ ବୃଦ୍ଧି

ନୂଆଦିଲ୍ଲୀ: ପ୍ରାଣଘାତୀ କରୋନା ଭାରତରେ ଏହାର କାୟା ବିସ୍ତାର କରିବାରେ ଲାଗିଛି। ଦିନକୁ ଦିନ ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି। ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ଭାରତରେ କରୋନାରେ ୪ ଜଣଙ୍କର ମୃତ୍ୟୁ ହୋଇ ଥିବା ବେଳେ ୨୦ ଜଣ ସୁସ୍ଥ ହୋଇ ଡିସ୍ ଚାର୍ଜ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଗତକାଲି ପଞ୍ଜାବର ବାଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରରେ ଜଣେ ୭୨ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ପୂର୍ବରୁ ମୁମ୍ବାଇ, କର୍ଣ୍ଣାଟକା ଓ ଦିଲ୍ଲୀରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ଫଳରେ ଭାରତରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ରେ ପହଞ୍ଚିଛି।