Odisha Link
Bridging the Missing Links in Odisha

କରୋନା ଲଢ଼େଇ: ରାଜ୍ୟସାରା ଜନତା କର୍ଫ୍ୟୁ, ୫ ଜିଲ୍ଲା ଓ ୮ ସହରରେ ଆରମ୍ଭ ହେଲା ଲକ୍‌ଡାଉନ୍‌

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡାକରାରେ ଆଜି ସାରା ଦେଶ ଜନତା କର୍ଫ୍ୟୁ ପାଳନ କରୁଛି। ସକାଳ ୭ରୁ ରାତି ୯ଟା ପର୍ଯ୍ୟନ୍ତ ଘରୁ ନ ବାହାରିବା ଲାଗି ଜନତାଙ୍କୁ ପରାମର୍ଶ ଦିଆଯାଇଛି। ଓଡ଼ିଶା ମଧ୍ୟ ଏହି କର୍ଫ୍ୟୁ ପାଳନ କରୁଛି। ଅନୁରୂପ ଭାବେ ଓଡ଼ିଶାର ୫ ଜିଲ୍ଲା ଓ ୮ ସହରରେ ଆଜି ଠାରୁ ଆରମ୍ଭ ହୋଇଛି ଲକ୍‌ଡାଉନ୍। ଆସନ୍ତ ମାର୍ଚ୍ଚ ୨୯ ତାରିଖ ଯାଏଁ ,ହି ଜିଲ୍ଲା ଓ ସହରଗୁଡ଼ିକ ବନ୍ଦ ରହିବା ସହ ଲୋକମାନଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ଯ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ (Near Total ) Lock Down କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଜି ସକାଳୁ ଏହି ୫ ଜିଲ୍ଲା ଓ ୮ ସହରାଞ୍ଚଳରେ ଆରମ୍ଭ ହୋଇଛି ଲକ୍‌ଡାଉନ୍। ଲୋକଙ୍କୁ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ତେବେ ଏହି Lock Down ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକୀୟ ଦ୍ରବ୍ୟର wholesale market ମଧ୍ୟ ଖୋଲା ରହିବ। ସେହିପରି ଏ ସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ATM, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ODRAF, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ।

ଲୋକଙ୍କ ସ୍ବାର୍ଥ ପାଇଁ ସରକାର କରିଥିବା ଏହି କଟକଣାକୁ ଯିଏ ଭାଙ୍ଗିବାକୁ ଚେଷ୍ଟା କରିବ ତା ବିରୋଧରେ କଠୋର ପଦକ୍ଷେପ ନେବାକୁ ମୁଁ ପୋଲିସକୁ ନିର୍ଦ୍ଦେଶ ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.