Odisha Link
Bridging the Missing Links in Odisha

ଓଡ଼ିଶା ଲକ୍‌ଡାଉନ୍‌ ୧୪ ଜିଲ୍ଲାକୁ ସଂପ୍ରସାରିତ

ଭୁବନେଶ୍ବର: ରାଜ୍ୟରେ ସମ୍ଭାବ୍ୟ କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଗତକାଲି ଠାରୁ ୫ ଜିଲ୍ଲା ଓ ୮ ସହରରେ ଲକ୍‌ଡାଉନ୍‌ ଘୋଷଣା ହୋଇଥିବା ବେଳେ ଆଜି ଆଉ ୯ ଜିଲ୍ଲାକୁ ଏହା ସଂପ୍ରସାରିତ ହୋଇଛି। ଆସନ୍ତାକାଲି ସକାଳୁ ଏହି ସବୁ ଜିଲ୍ଲାରେ ଲକ୍‌ଡାଉନ୍‌ କଡ଼ାକଡ଼ି ଲାଗୁହେବ। ମୋଟ ୧୪ ଜିଲ୍ଲା ଏବେ ଲକ୍‌ଡାଉନ୍‌ରେ ରହିବେ। ଅମାନ୍ୟ କରୁଥିବା ଜନତାଙ୍କ ବିରୋଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସରକାର ସୂଚନା ଦେଇଛନ୍ତି।

ପୂର୍ବରୁ ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲା ଲକ୍‌ଡାଉନ୍‌ରେ ସାମିଲ ଥିବା ବେଳେ ଆସନ୍ତାକାଲି ଠାରୁ ପୁରୀ, ନୟାଗଡ଼, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲା ଏଥିରେ ସାମିଲ ହେଉଛି।

୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ଏହି ଲକ୍‌ଡାଉନ୍‌ ଲାଗିରହିବ। ଏହି ସମୟରେ ଲୋକଙ୍କୁ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ତେବେ ଏହି Lock Down ସମୟରେ କେବଳ ବିମାନ ସେବା ସହିତ ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକୀୟ ଦ୍ରବ୍ୟର wholesale market ମଧ୍ୟ ଖୋଲା ରହିବ। ସେହିପରି ଏ ସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ATM, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ODRAF, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ।

ଲୋକଙ୍କ ସ୍ବାର୍ଥ ପାଇଁ ସରକାର କରିଥିବା ଏହି କଟକଣାକୁ ଯିଏ ଭାଙ୍ଗିବାକୁ ଚେଷ୍ଟା କରିବ ତା ବିରୋଧରେ କଠୋର ପଦକ୍ଷେପ ନେବାଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି।

Comments are closed.