Odisha Link
Bridging the Missing Links in Odisha

କରୋନା: ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି, ୮୬ ଜଣ ଆରୋଗ୍ୟ

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଭାରତରେ କାୟା ବିସ୍ତାର କରୁଛି। ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯ର ପହଁଞ୍ଚିଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ହେଉଛି। ଏମାନଙ୍କ ମଧ୍ୟରୁ ୨୫ ଜଣଙ୍କର ମୃତ୍ୟୁ ଘଟି ସାରିଥିବା ବେଳେ ୮୬ ଜଣ ରୋଗୀ ଠିକ୍‌ ହୋଇସାରିଲେଣି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ୬ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି।ମହାରାଷ୍ଟ୍ରରେ ୬, ଗୁଜରାଟରେ ୫, କର୍ଣ୍ଣାଟକରେ ୩, ଜମ୍ମୁ-କାଶ୍ମୀରରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମଧ୍ୟପ୍ରଦେଶ ଓ ଦିଲ୍ଲୀରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ପଶ୍ଚିମବଙ୍ଗ, ତେଲଙ୍ଗାନା, ତାମିଲନାଡୁ, ପଞ୍ଜାବରେ ଜଣେ ଲେଖାଏଁ ମୃତ। ବିହାର, କେରଳ, ହିମାଚଳ ପ୍ରଦେଶରେ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।

Comments are closed.