Odisha Link
Bridging the Missing Links in Odisha

ଉତ୍କଳ ଦିବସ: ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ଉତ୍କଳ ଦିବସ। ବହୁ ସଂଗ୍ରାମ ପରେ ୧୯୩୬ ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ। ଆଜି ଓଡ଼ିଶା ପ୍ରଦେଶ ୮୫ ବର୍ଷରେ ପାଦ ଥାପିଲା। ଭାଷା ଭିତ୍ତିରେ ଦେଶରେ ପ୍ରଥମ କରି ଏକ ରାଜ୍ୟ ଗଠନ ହୋଇଥିଲା। ଆଜିର ଏହି ପବିତ୍ର ଦିନରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟୁଇଟ କରି କହିଛନ୍ତି ଯେ, ‘ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା।’

ଅପରପକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ, ‘ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ। ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା।’

Comments are closed.