Odisha Link
Bridging the Missing Links in Odisha

ଭୁବନେଶ୍ବରରେ ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୩୯କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ୧୬ଜଣ କୋଭିଡ-୧୯ ବା କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ରାତି ୯ ଟା ୩୦ ସୁଦ୍ଧା ୩୯ରେ ପହଁଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଆଜି ଅପରାହ୍ନରେ ଭୁବନେଶ୍ବରରୁ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ଗୋଟିଏ ଦିନରେ ରାଜ୍ୟରେ ମୋଟ୍‌ ୧୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

 

ଆଜି ରାତିରେ କରୋନା ପଜିଟିଭରେ ଚିହ୍ନଟ ହୋଇଥିବା ୧୬ ଜଣଙ୍କ ମଧ୍ୟରୁ୧୫ ଜଣ ପୂର୍ବରୁ ସିଲ୍‌ ହୋଇଥିବା ବମିଖାଲ୍‌ ଅଞ୍ଚଳର। ଏବେ ଏହି ଅଞ୍ଚଳର ଥିବା ସମସ୍ତ ସନ୍ଦିଗ୍ଧ ଓ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନ୍‌ରେ ରଖାଯିବ। ଜନସାଧାରଣ ଭୟଭୀତ ନହୋଇ ଘରେ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍‌ କରି କହିଛି। ତେବେ ଆଉ ଜଣେ ବ୍ୟକ୍ତି କେଉଁ ଅଞ୍ଚଳର ଏଯାଏ ଜଣାପଡ଼ି ନାହିଁ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ‘କରୋନା’ ରୋଗୀଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି।

ଆଜି ଅପରାହ୍ନରେ ଭୁବନେଶ୍ୱରରୁ ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଜଣେ ହେଲେ କପିଳପ୍ରସାଦ ହାଉସିଂ ବୋର୍ଡ କଲୋନୀର ୭୦ ବର୍ଷୀୟ ବୃଦ୍ଧ। ନିକଟରେ ସେ ଅଷ୍ଟ୍ରେଲିଆକୁ ଯାଇଥିଲେ। ସେ ସେଠାରୁ ଫେରିବା ପରେ ଗତ ୨୨ ତାରିଖରେ ହୋମ୍‌ କ୍ୱାରେଣ୍ଟାଇନରେ ରହିଥିଲେ। ଆଜି ସେ ‘କରୋନା’ରେ ଆକ୍ରାନ୍ତ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି।

 

Comments are closed.