ଦୀକ୍ଷା ଆପ୍ ଦ୍ବାରା ଅନଲାଇନରେ ପାଠ ପଢିବେ ଦଶମ ପିଲା: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ମହାମାରୀ କରୋନାର ମୁକାବିଲା କରିବା ପାଇଁ ସାରା ଦେଶ ୨୧ ଦିନ ପାଇଁ ଲକ୍ଡାଉନ୍। ଏଥିସହିତ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ହେଲେ ଅନଲାଇନ ମାଧ୍ୟମରରେ ପାଠ ପଢ଼ିବେ ରାଜ୍ୟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀ। ଚଳିତ ବର୍ଷ ଦଶମ ଶ୍ରେଣୀକୁ ଉତିର୍ଣ୍ଣ ହେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଏଭଳି ସୁବିଧା। ଏ ନେଇ ସୂଚନା ଦେିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଦୀକ୍ଷା ଆପ୍ ମାଧ୍ୟମରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ପ୍ରଦାନ କରାଯିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ଶ୍ରୀ ଦାଶ।
ବିଭାଗୀୟ ମନ୍ତ୍ରୀଙ୍କ କହିବା ଅନୁସାରେ, ଚଳିତ ବର୍ଷ ଯେଉଁ ଛାତ୍ରଛାତ୍ରୀମାନେ ଦଶମ ଶ୍ରେଣୀକୁ ଉତିର୍ଣ୍ଣ ହେବେ ସେମାନଙ୍କୁ ଅନଲାଇନରେ ଶିକ୍ଷା ଦିଆଯିବ। ଦୀକ୍ଷା ଆପ୍ ସାହାଯ୍ୟରେ ଏହି ଶିକ୍ଷା ଦିଆଯିବ। ତେବେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ସହିତ ଯୋଡି ରଖିବା ପାଇଁ ଏହି ବ୍ୟବସ୍ଥା କରାଯାଇଛି।
ଆସନ୍ତା ୧୪ ତାରିଖ ପରେ ବିଭାଗ ଦ୍ୱାରା କାର୍ଯ୍ୟକ୍ରମର ସମ୍ପୂର୍ଣ୍ଣ ବ୍ଲୁପ୍ରିଂଟ ପ୍ରସ୍ତୁତ କରାଯିବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି। କରୋନା ଯୋଗୁଁ ଚଳିତ ବର୍ଷର ସ୍କୁଲ ବନ୍ଦ ରହିବା ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପ୍ରଭାବିତ ହୋଇଛି। ତେଣୁ ଏଭଳି ଅନଲାଇନ ଶିକ୍ଷା ଦ୍ୱାରା ଛାତ୍ରଛାତ୍ରୀ ଲାଭବାନ ହେବେ ବୋଲି ଆଶା କରାଯାଉଛି ବୋଲି ସେ କହିଛନ୍ତି।
ସୂଚନାଥାଉକି, ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ପାସ୍ ହୋଇଥିବା ଘୋଷଣା କରିଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।