Odisha Link
Bridging the Missing Links in Odisha

ଜୁନ୍‌ ୧୭ ଯାଏଁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିବା ଓଡ଼ିଶା କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଜୁନ୍‌ ୧୭ ଯାଏଁ ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛନ୍ତି।

ଏହା ଭିନ୍ନ ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ବଢ଼ାଯାଇଥିବା ବେଳେ କେନ୍ଦ୍ର ପାଖରେ ମଧ୍ୟ ସମାନ ପ୍ରସ୍ତାବ ରଖିଛନ୍ତି ରାଜ୍ୟ ସରକାର। ଦେଶରେ ଟ୍ରେନ୍‌ ଓ ବିମାନ ଚଳଚଳ ବନ୍ଦ ରଖିବା ଲାଗି ଅନୁରୋଧ କରିଛନ୍ତି ନବୀନ ପଟ୍ଟନାୟକ। ରାଜ୍ୟରେ ଲକ୍‌ଡାଉନ୍‌ ସମୟରେ କୃଷିକାର୍ଯ୍ୟ ଓ ମନରେଗା କାର୍ଯ୍ୟ ଜାରି ରହିବ। ଦେଶର ଅର୍ଥନୀତି ଅପେକ୍ଷା ଲୋକଙ୍କ ଜୀବନ ଗୁରୁତ୍ବପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରଥମ ଥର ପାଇଁ ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା।

Comments are closed.