Odisha Link
Bridging the Missing Links in Odisha

ଭଲ ଖବର: ରାଜ୍ୟରେ ସୁସ୍ଥ ହେଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟ ପାଇଁ ଖୁସି ଖବର। ଆଜି ରାଜ୍ୟର ୧୦ ଜଣ କରୋନା ପଜିଟିଭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ୧୦ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ବରର ୫ଜଣ ସୁସ୍ଥ ହୋଇଥିବା ବେଳେ। ଭଦ୍ରକରେ ୨ଜଣ ଏବଂ ଯାଜପୁର, କଟକ ଓ ପୁରୀର ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ ରାଜ୍ୟରେ ୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ।

ଏଥିସହିତ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଶୁଭେଚ୍ଛା ଜଣାଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୮। ସେମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ସୁସ୍ଥ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ୩୫ ଜଣ କରୋନା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି  ।

Comments are closed.