Odisha Link
Bridging the Missing Links in Odisha

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଓଡ଼ିଆଙ୍କ ନବ ବର୍ଷ ତଥା ମହାବିଷୁବ ସଂକ୍ରାନ୍ତି। ରାଜ୍ୟର ଏହା ପ୍ରଥମ ସଂକ୍ରାନ୍ତି ଭାବେ ଗ୍ରହଣ କରାଯାଏ। ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟୁଇଟ କରି କହିଛନ୍ତି ଯେ, ପବିତ୍ର ଓଡ଼ିଆ ନବବର୍ଷ , ମହା ବିଷୁବ ସଂକ୍ରାନ୍ତି (ପଣା ସଂକ୍ରାନ୍ତି)ଏବଂ ହନୁମାନ ଜୟନ୍ତୀ ଉପଲକ୍ଷେ ସମସ୍ତ ଓଡ଼ିଶାବାସୀ ତଥା ବିଶ୍ବର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଏହି ବର୍ଷଟି ସମସ୍ତଙ୍କ ପାଇଁ ସୁଖଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ୍ କରି ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ, ଓଡ଼ିଶାବାସୀଙ୍କୁ ଓଡ଼ିଆ ନବ ବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା। ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ। ବର୍ଷ ସାରା ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା।

 

Comments are closed.