ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ମୋଟ ୫୬ ଜଣ

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଏନେଇ ସୂଚନା ମିଳିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବ୍ସାଇଟ୍ରୁ। ତେବେ ଏହି କରୋନା ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ କେଉଁ ଅଞ୍ଚଳର, ତାହା ଏପର୍ଯ୍ୟନ୍ତ ସୂଚନା ମିଳିନାହିଁ।
ଅନ୍ୟପକ୍ଷରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବ୍ସାଇଟ୍ରେ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୭୩୪ଟି ସାମ୍ପଲ ଟେଷ୍ଟ୍ କରାଯାଇଛି। ସେଥିରୁ ୪୬୭୮ଟି ରିପୋର୍ଟ ନେଗେଟିଭ୍ ଆସିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭ ଜଣ ବିଭିନ୍ନ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।