ଆଜି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସ, ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ବର: ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧଦିବସ। ଏହି ଦିବସରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ ମାଧ୍ୟମରେ କହିଛନ୍ତି ଯେ, ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା; ଯାହା ଲୋକଙ୍କ ସେବା ପାଇଁ ସର୍ବଦା ଆମକୁ ଅନୁପ୍ରାଣିତ କରିଆସିଛି। ସେହି ମହାନ ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର, ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।
ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି, ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ କରିବା ପାଇଁ ବିଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ। ପ୍ରବାଦ ପୁରୁଷ ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକୀକୁ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବାର ଲକ୍ଷ୍ୟ ଥିଲା। ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ପ୍ରଦାନ କରିବାକୁ କୁହାଯାଇଥିଲା।
ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା; ଯାହା ଲୋକଙ୍କ ସେବା ପାଇଁ ସର୍ବଦା ଆମକୁ ଅନୁପ୍ରାଣିତ କରିଆସିଛି। ସେହି ମହାନ ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର, ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। pic.twitter.com/yB7aOsxgcF
— Naveen Patnaik (@Naveen_Odisha) April 17, 2020