Odisha Link
Bridging the Missing Links in Odisha

ଭଲ ଖବର: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ ୨୯

ଭୁବନେଶ୍ବର: ରାଜ୍ୟ ପାଇଁ ଆଶ୍ବସ୍ତି ଖବର। ଆଜି ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।। ରାଜ୍ୟରେ ପୂର୍ବରୁ ୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ଆଜି ୫କୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ମୋଟ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଭୁବନେଶ୍ୱର, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା ଓ ଢ଼େଙ୍କାନାଳରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ରହିଛି। ଓଡ଼ିଶାରେ ବତ୍ତର୍ମାନ ୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୯ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ୪୯ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.