Odisha Link
Bridging the Missing Links in Odisha

କରୋନା: ଦେଶରେ ୧୯, ୯୮୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ୍‌ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ଧରୁନାହିଁ। ଏପରିକି ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବୃଦ୍ଧି ପାଇବାରେ ଲାଗିଛି।

ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩୮୩ ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୦ ଜଣଙ୍କର ମୃତ୍ୟୁ ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରେ ଦିଆଯାଇଥିବା ରିପୋର୍ଟ ଅନୁଯାୟୀ, ଆଜି ସକାଳ ୮ଟା ସୁଦ୍ଧା ଦେଶରେ ୬୪୦ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯, ୯୮୪ରେ ପହଁଞ୍ଚିଛି। ଏଥିସହିତ ଦେଶରେ ସୁସ୍ଥଙ୍କ ସଂଖ୍ୟା ୩୮୭୦ ରହିଛି ଯାହାକି ଦେଶବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଅପରପକ୍ଷେ ୧୫,୪୭୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.