Odisha Link
Bridging the Missing Links in Odisha

ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ବରର। ଫଳରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୩ରେ ପହଁଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ଆକ୍ରାନ୍ତ ହୋଇ ବିଭିନ୍ନ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୩୩ ଜଣ ସୁସ୍ଥ ହୋଇଥିବା ବେଳେ ଜଣେ ଜଣଙ୍କର ମୃତ୍ୟୁ ହୋଇଛି।