Odisha Link
Bridging the Missing Links in Odisha

ପୁଲ୍‌ୱାମା ଏନ୍‌କାଉଣ୍ଟର୍‌ରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଆଜି ସକାଳେ ଜମ୍ମୁ-କଶ୍ମୀରର ପୁଲୱାମା ଜିଲ୍ଲାରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବାବେଳେ ସେମାନଙ୍କର ଜଣେ ସହଯୋଗୀର ମୃତ୍ୟୁ ଘଟିିଛି। ସେମାନଙ୍କ ଠାରୁ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଉଦ୍ଧାର କରାଯାଇଛି।

ଜଣେ ପୁଲିସ ଅଧିକାରୀଙ୍କ ସୂଚନା ଅନୁସାରେ, ଦକ୍ଷିଣ କାଶ୍ମୀରର ଅବନ୍ତୀପୁରା ଅନ୍ତର୍ଗତ ଗୋରୀପୁରା ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏହା ପରେ ଶନିବାର ଭୋର ସମୟରେ ପୁଲିସ ଏବଂ ଯବାନଙ୍କ ଏକ ମିଳିତ ଟିମ୍‌ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ଉକ୍ତ ଅଞ୍ଚଳକୁ ସୁରକ୍ଷାକର୍ମୀମାନେ ସିଲ୍‌ କରିଦେଇଥିଲେ।

ଚାରିପଟୁ ଘେରି ହୋଇଯାଇଥିବା ଦେଖି ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଦେଇଥିଲେ। ଏହା ପରେ ସୁରକ୍ଷା କର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଗୁଳିବିନିମୟରେ ୨ ଆତଙ୍କୀ ଓ ଜଣେ ସହଯୋଗୀ ନିପାତ ହୋଇଥିବାବେଳେ ସେହି ଅଞ୍ଚଳରେ ଆଉ କିଛି ଆତଙ୍କୀ ଲୁଚି ରହିଥିବା ସନ୍ଦେହରେ ପୁଲିସ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଥିବା ସୂଚନା ମିଳିଛି।

Comments are closed.