ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ମିଳିବ ୧୫ଲକ୍ଷ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକ ମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ସାମ୍ବାଦିକ ବି ସାଜିଲେ କରୋନା ଯୋଦ୍ଧା। କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଲେ ୧୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ବିଜ୍ଞପ୍ତିରେ ପ୍ରକାଶ ଯେ, କରୋନା ଯୋଗୁ ସାରା ବିଶ୍ବରେ ଏକ ବିରାଟ ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇଛି। ଏହି ପରିପ୍ରେକ୍ଷୀରେ କରୋନା ଭାଇରସ୍ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଏଭଳି କଠିନ ପରିସ୍ଥିତିରେ ମଧ୍ୟ ସାମ୍ବାଦିକ ମାନେ ନିଷ୍ଠାର ସହିତ ସେମାନଙ୍କ ଦାୟିତ୍ବ ନିର୍ବାହ କରି ଚାଲିଛନ୍ତି।
ତେଣୁ କାର୍ଯ୍ୟରତ ସାମ୍ବାଦିକମାନେ ଯଦି କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରନ୍ତି, ତେବେ ସେ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୧୫ ଳକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ସୂଚନାଥାଉକି, ପୂୂର୍ବରୁୁ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ସରକାରଙ୍କ ଦ୍ବାରା ନିୟୋଜିତ ବ୍ୟକ୍ତିବିଶେଷଙ୍କ ପାଇଁ ଘୋଷଣା ବୀମା ରାଶି ଘୋଷଣା କରିଥିଲେ ସରକାର।