Odisha Link
Bridging the Missing Links in Odisha

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍ ମହମ୍ମଦ ରଫିକ୍

ଭୁବନେଶ୍ବର: ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ୍ ମହମ୍ମଦ ରଫିକ୍। ଓଡ଼ିଶା ହାଇକୋର୍ଟର ୩୧ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକ ଦାୟିତ୍ବ ଗ୍ରହଣ କରିଛନ୍ତି। ଭୁବନେଶ୍ବର ଲୋକସେବା ଭବନରେ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯିବା ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଏପ୍ରିଲ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏପ୍ରିଲ ୧୮ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ପାଇଁ ତାଙ୍କ ନାମ ସୁପାରିସ କରିଥିଲା।

ସୂଚନାଥାଉକି, ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଝାଭେରୀଙ୍କ ଅବସର ପରେ ୨୦୧୯ ଜାନୁୟାରୀ ୫ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ସଂଜୁ ପଣ୍ଡା ଦାୟିତ୍ୱ ତୁଲାଉଛନ୍ତି।

Comments are closed.