Odisha Link
Bridging the Missing Links in Odisha

କରୋନା: ଆଉ ୭ ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ୧୧୮

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଁଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ସୂଚନା ମିଳିଛି।

ଚିହ୍ନଟ ହୋଇଥିବା ୭ ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ବେଳେ ୩ଜଣ ଭଦ୍ରକ ଜିଲ୍ଲାର ଚିହ୍ନଟ ହୋଇଛନ୍ତି। ଫଳରେ ସୁନ୍ଦରଗଡ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୦କୁ ବୃଦ୍ଧି ହୋଇଛି। ଏହା ମଧ୍ୟରୁ ବର୍ତମାନ ୭ ଜଣ ଆକ୍ଟିଭ୍ କେସ୍ ରହିଛନ୍ତି , ୩ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି। ସେପଟେ ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୯କୁ ବୃଦ୍ଧି ହୋଇଛି। ଏହା ମଧ୍ୟରୁ ୨ ଜଣ ସୁସ୍ଥ ହୋଇଛନ୍ତି। ଫଳରେ ଭଦ୍ରକ ଜିଲ୍ଲାରେ ଏବେ ମୋଟ୍ ଆକ୍ଟିଭ୍ କେସ୍ ୧୭ ରହିଛି।

ବର୍ତ୍ତମାନ ରାଜ୍ୟରେ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ ୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୮୦ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.