କାଳବୈଶାଖୀ: ୧୦ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ବର: ଆଗମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନୁନ୍ୟ ୧୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ସମ୍ଭବନା ରହିଛି। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।
ଆଜି ଅପରାହ୍ଣରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ବୁଧବାର ଅପରାହ୍ଣ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଏହି ସମୟ ମଧ୍ୟରେ ବିଶେଷ କରି ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ କନ୍ଧମାଳ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।
ଏହା ସହ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ କେନ୍ଦ୍ରପଡ଼ା ଜିଲ୍ଲାରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏହି ସତର୍କ ସୂଚନାରେ କୁହାଯାଇଛି। ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପରୋକ୍ତ ୧୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାର କରିଛି ପାଣିପାଗ ବିଭାଗ।