Odisha Link
Bridging the Missing Links in Odisha

କରୋନା: ୧ ହଜାର ଟିପଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: କ୍ରମାଗତ ଭାବେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌। ହେଲେ କିଛି ଦିନ ହେବ କ୍ରମାଗତ ଭାବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୩୧ ହଜାର ପାର ହେଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୩୩୨ରେ ପହଁଞ୍ଚିଛି। ସେମଧ୍ୟରୁ୧୦୦୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ଏପର୍ଯ୍ୟନ୍ତ ୭୬୯୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହାକି ଏକ ଆଶ୍ବସ୍ତିକର ଖବର। ଏଥିସହିତ ୨୨,୬୨୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସେହିପରି ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩ ଜଣଙ୍କର ମୃତ୍ୟୁ ହୋଇଛି।

ମହାରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ସବୁଠୁ ଅଧିକ ରହିଛି। ଏହି ରାଜ୍ୟରେ ସର୍ବାଧିକ ୯ ହଜାର ୩୧୮ ଜଣ ସଂକ୍ରମିତ ହୋଇଥିବାବେଳେ ୪୦୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପଛକୁ ଗୁଜରାଟରେ ୨ୟ ସର୍ବାଧିକ ୩୭୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୧୮୧ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ରାଜଧାନୀ ନୂଆଦିଲ୍ଲୀରେ ଆକ୍ରାନ୍ତ ସଂଖ୍ୟା ୩୩୧୪ରେ ପହଞ୍ଚିଥିବାବେଳେ ୫୪ ଜଣ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ମଧ୍ୟପ୍ରଦେଶରେ ୨୩୮୭ ଆକ୍ରାନ୍ତ ଓ ୧୨୦ ମୃତ, ରାଜସ୍ଥାନରେ ୨୩୮୩ ଆକ୍ରାନ୍ତ ଏବଂ ୫୨ ମୃତ, ତାମିଲନାଡୁରେ ୨୦୫୮ ଆକ୍ରାନ୍ତ ଓ ୨୫ ମୃତ, ଉତ୍ତରପ୍ରଦେଶରେ ୨୦୫୩ ଆକ୍ରାନ୍ତ ହୋଇଥିବାବେଳେ ଓ ୩୪ ଜଣଙ୍କ ମୃତ୍ୟୁ ଘଟିଛି।

Comments are closed.