Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୧, ୬୯୬ଟି ସାମ୍ପଲ୍ ଟେଷ୍ଟ ହୋଇଛି।

ଚିହ୍ନଟ ହୋଇଥିବା ୩ ନୂଆ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି। ଫଳରେ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ୩୯ ଜଣ ସୁସ୍ଥ ହୋଇଛନ୍ତି ଓ ୮୮ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି।

Comments are closed.