Odisha Link
Bridging the Missing Links in Odisha

କରୋନା: ଦେଶରେ ୩୩ ହଜାର ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: କ୍ରମାଗତ ଭାବେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌। ହେଲେ କିଛି ଦିନ ହେବ କ୍ରମାଗତ ଭାବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୩୩ ହଜାର ପାର ହେଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩,୦୫୦ରେ ପହଁଞ୍ଚିଛି। ସେମଧ୍ୟରୁ ୧୦୭୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ଏପର୍ଯ୍ୟନ୍ତ ୮୩୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହାକି ଏକ ଆଶ୍ବସ୍ତିକର ଖବର। ଏଥିସହିତ ୨୩,୬୫୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୧୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣଙ୍କ ମୃତ୍ୟୁ ହୋଇଛି।

Comments are closed.