Odisha Link
Bridging the Missing Links in Odisha

କରୋନା: ୧୬୦ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା, ସକ୍ରିୟ ୧୦୩

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳୁ ରାଜ୍ୟରେ ଆଉ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଆଉ ଜଣେ ଝାରସୁଗୁଡ଼ା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରେ ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତ ୧୭ ଓ ୨୨ ବର୍ଷୀୟ ଯୁବକ। ଏବଂ ସୁରତ ଫେରନ୍ତା ବୋଲି ସ୍ପଷ୍ଟ କରିଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଏଥିସହିତ ଗଞ୍ଜାମ ଜିଲ୍ଲାରେ ପ୍ରଥମ ଥର ପାଇଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଝାରସୁଗୁଡ଼ାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ୪୦ ବର୍ଷିୟ ମହିଳା ବୋଲି ସୂଚନା ରହିଛି।

ବର୍ତ୍ତମାନ ରାଜ୍ୟରେ ୩୮,୬୫୮ କରୋନା ଟେଷ୍ଟ କରାଯାଇଛି। ସେମଧ୍ୟରୁ ୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୧୦୩ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏଥିସିହିତ ରାଜ୍ୟରେ ୧୬ ଜିଲ୍ଲାକୁ ସଂକ୍ରମିତ ହେଲାଣି କରୋନା ଭାଇରସ୍।

Comments are closed.