Odisha Link
Bridging the Missing Links in Odisha

ଭଲ ଖବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୪ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। ଆଜି ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରୁ ୩ଜଣ ଭଦ୍ରକର ଓ ଜଣେ ବାଲେଶ୍ୱରର। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୬୦ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।

ବର୍ତ୍ତମାନ ଭଦ୍ରକରେ ୧୯ ଜଣ ସଂକ୍ରମିତ ହୋଇଥିବାବେଳେ ସୁସ୍ଥ ସଂଖ୍ୟା ୧୨ରେ ପହଞ୍ଚିଛି। ସେହିପରି ବାଲେଶ୍ୱରରେ ୨୧ଜଣ ସଂକ୍ରମିତ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୪ ଜଣ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ୧୬୨ ଜଣ କରୋାନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ ରାଜ୍ୟରେ ୧୦୧ଟି ଆକ୍ଟିଭ କେଶ ରହିଛି। ୬୦ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ସମସ୍ତ ୧୦୧ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଚନ୍ତି।

Comments are closed.