କେନ୍ଦୁଝରରେ ଆଉ ଜଣେ କରୋନା ପଜିଟିଭ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ କେନ୍ଦୁଝର ଜିଲ୍ଲାର ବୋଲି ସୂଚନା ରହିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ସୂଚନା ମିଳିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୨ରେ ପହଁଞ୍ଚିଛି।
ବର୍ତ୍ତମାନ ରାଜ୍ୟରେ ୩୮,୬୫୮ କରୋନା ଟେଷ୍ଟ କରାଯାଇଛି। ସେମଧ୍ୟରୁ ୧୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୧୦୫ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।