Odisha Link
Bridging the Missing Links in Odisha

କରୋନା: ବାଲେଶ୍ବରରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳୁ ରାଜ୍ୟରେ ଆଉ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ପୁଣି ମଧ୍ୟାହ୍ନରେ ଆଉ ଏକ କରୋନା ଆକ୍ରାନ୍ତ ବାଲେଶ୍ବରରୁ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଁଞ୍ଚିଛି।

ଆକ୍ରାନ୍ତ ଜଣକ ବାଲେଶ୍ବରର ଜିଲ୍ଲାର ୩୪ ବର୍ଷୀୟ ପୁରୁଷ ଓ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ବର୍ତ୍ତମାନ ରାଜ୍ୟରେ ୩୮,୬୫୮ କରୋନା ଟେଷ୍ଟ କରାଯାଇଛି। ସେମଧ୍ୟରୁ ୧୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୧୦୪ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.