Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଚିହ୍ନଟ ହେଲେ ଆଉ ୩ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଁଞ୍ଚିଛି। ଆକ୍ରାନ୍ତ ୩ଜଣଙ୍କ ମଧ୍ୟରୁ ଜଣେ କଟକ ଜିଲ୍ଳାର ହୋଇଥିବା ବେଳେ ଆଉ ୨ ଜଣ ବାଲେଶ୍ବର ଜିଲ୍ଲାର ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କିଛିଦିନ ପରେ ପୁଣି ଥରେ କଟକ ଫେରିଲା କରୋନା ସଂକ୍ରମଣ। କଟକର ଟିଗିରିଆ ଅଞ୍ଚଳର ୩୪ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ଓ ସୁରତ ଫେରନ୍ତା ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସେହିପରି ବାଲେଶ୍ବର ଜିଲ୍ଲାରେ ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୫୦ ବର୍ଷୀୟ ମହିଳା ହୋଇଥିବା ବେଳେ ଆଉ ଜଣେ ୨୬ ବର୍ଷିୟ ପୁରୁଷ ଏବଂ ଉଭୟେ କଲିକତା ଫେରନ୍ତା ବୋଲି ସ୍ପଷ୍ଟ କରିଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ବର୍ତ୍ତମାନ ରାଜ୍ୟରେ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ ୬୦ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷେ ୧୧୨ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.