Odisha Link
Bridging the Missing Links in Odisha

କରୋନା: ୪୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌। ବର୍ତ୍ତମାନ ସାରା ଦେଶରେ ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି।‌ ହେଲେ କିଛି ଦିନ ହେବ କ୍ରମାଗତ ଭାବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୪୬ ହଜାର ପାର ହେଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୩୯୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୯୫ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଯାହାକୁ ଏପର୍ଯ୍ୟନ୍ତ ସର୍ବାଧିକ ଅଟେ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬, ୪୩୩ରେ ପହଁଞ୍ଚିଛି। ସେମଧ୍ୟରୁ ୧୫୬୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ଏପର୍ଯ୍ୟନ୍ତ ୧୨,୭୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହାକି ଏକ ଆଶ୍ବସ୍ତିକର ଖବର। ଏଥିସହିତ ୩୨,୧୩୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Comments are closed.