Odisha Link
Bridging the Missing Links in Odisha

କରୋନା: ଦେଶରେ ୫୦ ହଜାର ପାଖାପାଖି ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌। ବର୍ତ୍ତମାନ ସାରା ଦେଶରେ ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି।‌ ହେଲେ କିଛି ଦିନ ହେବ କ୍ରମାଗତ ଭାବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୫୦ ହଜାର ନିକଟତର ହେଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୨୯୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୨୬ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଗତକାଲି ଗୋଟିଏ ଦିନରେ ଭାରତରେ ଏପର୍ଯ୍ୟନ୍ତ ୧୯୫ ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଥିଲା।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୯,୩୯୧ରେ ପହଁଞ୍ଚିଛି। ସେମଧ୍ୟରୁ ୧୬୯୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ଏପର୍ଯ୍ୟନ୍ତ ୧୪,୧୮୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହାକି ଏକ ଆଶ୍ବସ୍ତିକର ଖବର। ଏଥିସହିତ ୩୩,୫୧୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Comments are closed.