Odisha Link
Bridging the Missing Links in Odisha

ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ କରୋନା ଜନିତ ମୃତ୍ୟୁରେ ଆଉ ଜଣଙ୍କ ପ୍ରାଣ ଗଲା। ମୃତ ବ୍ୟକ୍ତି ଜଣକ ଖୋର୍ଦ୍ଧା ଜିଲ୍ଲାର। ଏଥିସହିତ ଆଜି ଗଞ୍ଜାମରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ସୂଚନା ମିଳିଛି।

ଗଞ୍ଜାମରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ୧୮ ବର୍ଷୀୟ ଯୁବକ ଓ ସୁରତ ଫେରନ୍ତା ବୋଲି ସ୍ପଷ୍ଟ କରିଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ପୂର୍ବରୁ କରୋନାରେ ଜଣଙ୍କର ମୃତ୍ୟୁ ହୋଇଥିଲା। ସେ ମଧ୍ୟ ଖୋର୍ଦ୍ଧା ଜିଲ୍ଲାର ଥିଲେ। ତେବେ ଆଜି କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିବା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି।

ରାଜ୍ୟରେ ବର୍ତ୍ତମାନ ୧୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦ ଜଣ ସୁସ୍ଥ ହୋଇଛନ୍ତି। ଆଉ ୧୧୫ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.