Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୨୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: କରୋନାକୁ ନେଇ ରାଜ୍ୟରେ ପୁଣି ଆସିଲା ବଡ଼ ଖବର। କ୍ରମାଗତ ଭାବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଆଉ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦ ଆକ୍ରାନ୍ତ ଚିହ୍ନଟ।

ଆଜି ଚିହ୍ନଟ ହୋଇଥିବା ୨୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଂଜାମରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୨ ଏବଂ କେନ୍ଦ୍ରାପଡାରୁ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ସେହିପରି କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬ଜଣ ଚିକିତ୍ସାଧୀନ ଥିବାବେଳେ୨ ଜଣ ସୁସ୍ଥ ହୋଇଛନ୍ତି। ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ୧୨ଜଣ ସୁସ୍ଥ ହୋଇଥିବାବେଳେ ୧୧ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୧ ଜଣ ଚିକିତ୍ସାଧୀନ ଥିବାବେଳେ ୬୨ ଜଣ ସୁସ୍ଥ ହୋଇଛନ୍ତି। ତେବେ ୨ଜଣଙ୍କ ମୃତ୍ୟୁ ଘଟିଛି।

Comments are closed.