Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୫ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ବର୍ତ୍ତମାନ ୨୮୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ୧୯ ଜିିଲ୍ଲାକୁ କରୋନା ସଂକ୍ରମଣ ବ୍ୟାପିଲାଣି। ଏଥିସହିତ ଆଜି ରାଜ୍ୟ ପାଇଁ ମଧ୍ୟ ଭଲ ଖବର ଆସିଛି। ଆଜି ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୁସ୍ଥ ହୋଇଥିବା ୫ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ବରର ୪ଜଣ ହୋଇଥିବା ବେଳେ ଜଣେ ଯାଜପୁରର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୬୮ରେ ପହଁଞ୍ଚିଛି।

ବର୍ତ୍ତମାନ ରାଜ୍ୟରେ ୨୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ଜଣଙ୍କର ମୃତ୍ୟୂ ହୋଇଥିବା ବେଳେ ୬୮ ଜଣ ସୁସ୍ଥ ହୋଇଛନ୍ତି। ବାକି ୨୧୯ ଜଣ ସକ୍ରିୟ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.