Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୧୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ସକାଳୁ ସକାଳୁ ରାଜ୍ୟରେ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ସମୟରେ ଏକ ବଡ଼ ଖବର ଆସିଛି। ରାଜ୍ୟରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬୨ରେ ପହଁଞ୍ଚିଛି।

ଆଜି ଦିନକରେ ଏପର୍ଯ୍ୟନ୍ତ ସର୍ବାଧିକ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ଚିହ୍ନଟ ହୋଇଥିବା ୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ଯାଜପୁର ଏବଂ ୬ଜଣ ଭଦ୍ରକ ଜିଲ୍ଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ଓ୍ବେବସାଇଟରୁ ଜଣା ପଡ଼ିଛି।

ଆଜି ସକାଳୁ ରାଜ୍ୟରେ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ ଜଣ ଗଞ୍ଜାମ, ୧୫ ଜଣ ବାଲେଶ୍ବର, ୧୩ ଜଣ ଅନୁଗୁଳ ଓ ଜଣେ ମୟୂରଭଞ୍ଜ ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୨ରେ ପହଁଞ୍ଚିଛି। ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୮ ଜଣ ସ୍ବାସ୍ଥ୍ୟ ହୋଇ ଘରକୁ ଫେରିଛନ୍ତି। ସେହିପରି ବାକି ୨୯୧ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.