Odisha Link
Bridging the Missing Links in Odisha

କାଲି ଅପରାହ୍ନରେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭାଇରସ୍। ଏହାକୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍। ମହାମାରୀ ମୁକାବିଲା କରିବା ପାଇଁ ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି।

ଏହାରି ମଧ୍ୟରେ ଆସନ୍ତାକାଲି ଅପରାହ୍ନ ୩ଟା ସମୟରେ ପୁଣିଥରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀମାନେ ନିଜ ନିଜ ରାଜ୍ୟର କରୋନା ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇବେ। ଲକଡାଉନ୍ ଅବଧି ନେଇ ମଧ୍ୟ ଏହି ଅବସରରେ ଆଲୋଚନା ହୋଇପାରେ ବୋଲି ସୂଚନା ମିଳିଛି।

କରୋନା ସ୍ଥିତି ସମୀକ୍ଷା ନେଇ ମୁଖ୍ୟମନ୍ତ୍ରୀ ମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହା ପଞ୍ଚମ ବୈଠକ। ଗତ ଏପ୍ରିଲ ୨୭ ତାରିଖରେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୋଦି।

Comments are closed.