ଓଡ଼ିଶାରେ କରୋନା: ଆଉ ୧୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ୩୯୧ରେ ପହଁଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୨, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ସୂଚନା ମିଳିଛି।
ଆଜି ଗଞ୍ଜାମରେ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହେବା ଫଳରେ ଜିଳ୍ଲାରେ ୧୩୭ରେ ପହଁଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା। ସେହିପରି କେନ୍ଦ୍ରାପଡ଼ାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଳ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଁଞ୍ଚିଛି। ସୁନ୍ଦରଗଡ଼ରେ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଁଞ୍ଚିଛି।
ବର୍ତ୍ତମାନ ରାଜ୍ୟରେ ୩୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୮ ଜଣ ସୁସ୍ଥ ହୋଇଛନ୍ତି। ୩୨୦ ଜଣ ଆକ୍ରାନ୍ତ ବର୍ତ୍ତମାନ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।